ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ଏମିତି କହିଲେ ମୁଖ୍ୟ ଶାସନ ସଚିବ

IAS Coaching

News18 Odia Digital

ଭୁବନେଶ୍ବର: ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି। ତେବେ ସହରାଞ୍ଚଳମାନଙ୍କରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଟିକାକରଣ, ସଚେତନତା ଓ ସଠିକ୍ ସୂଚନା ପ୍ରସାରଣ ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁତ୍ୱ ଆରୋପ କରିଛନ୍ତି।

ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରି ମହାପାତ୍ର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏ ବିଷୟରେ ନିର୍ଦ୍ଦେଶମାନ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରେ ଅନୁଷ୍ଠିତ ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳ କୋଭିଡ ସଂକ୍ରମଣ ଓ ପରିଚାଳନା ସମ୍ବନ୍ଧିତ ତଥ୍ୟ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ।

ଜିଲ୍ଲାୱାରୀ ସ୍ଥିତିର ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ଆଜିଠୁ ୧୮ରୁ ନେଇ ୫୯ ବର୍ଷ ଲୋକଙ୍କ ପାଇଁ ଟିକାକରଣ ଅଭିଯାନ ଆରମ୍ଭ କରିବା, ଦୈନିକ କୋଭିଡ ପରୀକ୍ଷା ସଂଖ୍ୟା ବଢ଼ାଇବା କଲ୍ ସେଣ୍ଟରକୁ ୨୪x ୭ ଭିତ୍ତିରେ କାର୍ଯ୍ୟକ୍ଷମ କରାଇବା ଓ ଜନ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ଇଞ୍ଜିନିୟରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀମାନଙ୍କର ଟିକାକରଣ ସହ ସହରାଞ୍ଚଳମାନଙ୍କରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସହରାଞ୍ଚଳରେ ପ୍ରତି ୱାର୍ଡ଼, ଗ୍ରାମାଞ୍ଚଳରେ ଗ୍ରାମ ଓ ପଞ୍ଚାୟତୱାରୀ ଟିକାକରଣ କାର୍ଯ୍ୟ ଯୋଜନା କାର୍ଯ୍ୟାନ୍ୱୟନ ପାଇଁ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ଧଳ ନିର୍ଦ୍ଦେଶ ଦେଇଥିଲେ। ଏହି କାର୍ଯ୍ୟରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠିମାନଙ୍କୁ ସାମିଲ କରିବାକୁ ଉନ୍ନୟନ କିମିଶନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଥିଲେ।

ରାଜ୍ୟରେ ଆଇ.ଏଲ୍.ଆଇ. ଓ ସାରି ରୋଗର ସଂନୀରକ୍ଷଣକୁ ସଘନ କରିବା ସହ ଲୋକଙ୍କ ମଧ୍ୟରେ କୋଭିଡ ନିରୋଧି ବ୍ୟବହାରିକ ଢ଼ଙ୍ଗି ଯଥା ମାସ୍କ ପରିଧାନ, ପରସ୍ପରଠାରୁ ଶାରିରୀକ ଦୂରତା, ଭିଡ଼ ମଧ୍ୟକୁ ନଯିବା, ଅଯଥା ଗହଳି ସୃଷ୍ଟି ନକରିବା ଆଦି ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ସମୀକ୍ଷାରୁ ଜଣାପଡ଼ିଥିଲା ଯେ ବର୍ତ୍ତମାନ ରାଜ୍ୟରେ ସମୁଦାୟ ୪୨୬୨ ଆକ୍ଟିଭ୍ କୋଭିଡ଼୍ କେସ୍ ଅଛି। ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ପିଲାଙ୍କ ସଂଙ୍ଖ୍ୟା ୭୧। ସଂକ୍ରମିତମାନେ ମୁଖ୍ୟତଃ ହୋମ୍ ଆଇସୋଲେସନ୍ ମାଧ୍ୟମରେ ଚିକିତ୍ସିତ ହେଉଛନ୍ତି।

ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୃହ ବିଭାଗ ସଞ୍ଜୀବ ଚେପ୍ରା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳଙ୍କ ସମେତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ଜିଳ୍ଲାପାଳ ଓ ପୌର ପରିଷଦ କମିଶନରମାନେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ନିଜ ନିଜ ଅଞ୍ଚଳର କୋଭିଡ ସ୍ଥିତି ଓ ମୁକାବିଲା ପାଇଁ ପ୍ରସ୍ତୁତି ବିଷୟରେ ସଦ୍ୟତନ ସୂଚନା ଦେଇଥିଲେ।

ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।
କମ୍ପାନୀ କହିଛି ଯେ ଯଦିଓ ଏହି ସମୟରେ 5G ବଜାରକୁ ଆସିଛି, ଆମେ କୌଣସି ପ୍ରକାରେ ଆମର ଯୋଜନାକୁ ମହଙ୍ଗା କରିବୁ ନାହିଁ । ଆମ ପାଇଁ ଆମ ଗ୍ରାହକଙ୍କଠାରୁ କେହି ବଡ଼ ନୁହଁନ୍ତି । ସେମାନଙ୍କ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ଆମେ ଆମର ସେବାକୁ ଉନ୍ନତ କରିବା ଜାରି ରଖିବୁ

Source link

Author: