Covid Cases In India: ବୃଦ୍ଧି ପାଉଛି କରୋନା ମାମଲା; ୨୪ଘଣ୍ଟାରେ ୮,୮୨୨ ଜଣ ଆକ୍ରାନ୍ତ; ୧୫ ମୃତ

IAS Coaching

News18 Odia Digital

ଭାରତରେ କରୋନାର ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଗତ କିଛି ଦିନ ହେବ ଦୈନିକ ୮ ହଜାରରୁ ଅଧିକ କରୋନା ରୋଗର ଖବର ଆସୁଛି। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮,୮୨୨ ଟି ନୂଆ କରୋନା ରୋଗ ହୋଇଛି। ଏଥିସହିତ କରୋନା ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଆକଳନ ପରେ, ଭାରତରେ ସକ୍ରିୟ ମାମଲା ସଂଖ୍ୟା ୫୩,୬୩୭ରେ ପହଞ୍ଚିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୪୫,୫୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୯୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୭୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୬୭,୦୮୮। ବର୍ତ୍ତମାନ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫୩୬୩୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୫୦,୮୭,୨୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।
କମ୍ପାନୀ କହିଛି ଯେ ଯଦିଓ ଏହି ସମୟରେ 5G ବଜାରକୁ ଆସିଛି, ଆମେ କୌଣସି ପ୍ରକାରେ ଆମର ଯୋଜନାକୁ ମହଙ୍ଗା କରିବୁ ନାହିଁ । ଆମ ପାଇଁ ଆମ ଗ୍ରାହକଙ୍କଠାରୁ କେହି ବଡ଼ ନୁହଁନ୍ତି । ସେମାନଙ୍କ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ଆମେ ଆମର ସେବାକୁ ଉନ୍ନତ କରିବା ଜାରି ରଖିବୁ

Source link

Author: