କୋଭିଡ଼ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ଯମନ୍ତ୍ରୀ

IAS Coaching

News18 Odia Digital

ଭୁବନେଶ୍ୱର: ସମସ୍ତ କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ୧୦ ଦିନ ମଧ୍ୟରେ ସରକାରୀ, ବେସରକାରୀ ହସ୍ପିଟାଲ ପ୍ରସ୍ତୁତ କରାଯିବ । କୋଭିଡ୍‌ ସମୀକ୍ଷା ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୨ୟ ଲହର ସମୟରେ ଯେତିକି ବେଡ଼, ICU ଥିଲା, ସେତିକି ପ୍ରସ୍ତୁତ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଦେଶରେ ଓମିକ୍ରନ୍ ଭାରିଆଣ୍ଟ ବଢୁଛି, ଓଡ଼ିଶାରେ ବି ବଢ଼ିବା ଆରମ୍ଭ ହୋଇଛି । ତେଣୁ କୋଭିଡର ଉତ୍ତମ ପରିଚାଳନା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପଡ଼ିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ ବୋଲି କହିଛନ୍ତି ।

ଗତ ଲହରୀ ସମୟରେ ଅକ୍‌ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା। ବର୍ତ୍ତମାନ ପୁଣି ଅଧିକାରୀ ମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।
କମ୍ପାନୀ କହିଛି ଯେ ଯଦିଓ ଏହି ସମୟରେ 5G ବଜାରକୁ ଆସିଛି, ଆମେ କୌଣସି ପ୍ରକାରେ ଆମର ଯୋଜନାକୁ ମହଙ୍ଗା କରିବୁ ନାହିଁ । ଆମ ପାଇଁ ଆମ ଗ୍ରାହକଙ୍କଠାରୁ କେହି ବଡ଼ ନୁହଁନ୍ତି । ସେମାନଙ୍କ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ଆମେ ଆମର ସେବାକୁ ଉନ୍ନତ କରିବା ଜାରି ରଖିବୁ

Source link

Author: